ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିହାର ବିଧାନସଭା ନିର୍ବାଚନକୁ ନେଇ ସାରା ଦେଶର ନଜର ରହିଛି । ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି, ଏବଂ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୨୨ ଆସନରେ ୧,୩୦୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ବିହାରରେ ୩୧.୩୮% ମତଦାନହୋଇଥିବା ଖବର ମିଳିଛି।





