ଦେଶରେ ପୁଣି କରୋନା ବିସ୍ଫୋରଣ । ଉପରମୁହାଁ ରହିଛି କରୋନା ର ଦୈନିକ ସଂକ୍ରମଣ | କରୋନା ସଂକ୍ରାମିତଙ୍କ ସଂଖ୍ୟା ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ଦେଢ ଲକ୍ଷ ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୯୪ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୨ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୪୭୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୪୨ ଛୁଇଁଛି ।
ଏବେସୁଦ୍ଧା ଦେଶରେ ୩୬୦୭୦୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୫୫୩୧୯ ସକ୍ରିୟ ମାମଲା ରହିଛି ଏବଂ ୩୪୬୩୦୫୩୬ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୪୬୫୫ ସଂକ୍ରମିତ ପ୍ରାଣ ହରାଇଛନ୍ତି |
