ଭର୍ଚୁଆଲ ପ୍ଲାଟଫର୍ମରେ ଇକୋ ରିଟ୍ରିଟ୍‌କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କୋଣାର୍କ-ପୁରୀ ବେଳାଭୂମି ରାମଚଣ୍ଡୀ ମୁହାଣ ନିକଟରେ ଆଜିଠୁ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ଲାଟଫର୍ମରେ ଏହି ଇକୋ ରିଟ୍ରିଟ୍‌କୁ ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ଏହି ଇକୋ ରିଟ୍ରିଟ୍ ତିନି ମାସ ପର୍ଯ୍ୟନ୍ତ ଚାଲିବ । ପ୍ରାକୃତିକ ପରିବେଶରେ ଅନନ୍ୟ ଅନୁଭୂତି ନେବେ ପର୍ଯ୍ୟଟକ ।

ସେହିପରି କୋଣାର୍କ ପରି ଭିତରକନିକାରେ ମଧ୍ୟ ଇକୋ ରିଟ୍ରିଟ୍ ଆରମ୍ଭ ହେବ। ଆଜିଠୁ ଭିତରକନିକାର ପେଣ୍ଠ ସମୁଦ୍ର ବେଳାଭୂମିରେ ଇକୋ ରିଟ୍ରିଟ୍ ଆୟୋଜିତ ହେବ । ପର୍ଯ୍ୟଟକଙ୍କ ପାଇଁ ଅସ୍ଥାୟୀ ତମ୍ବୁ ନିର୍ମାଣ କରାଯାଇଛି । ଦିନ ବେଳା ପର୍ଯ୍ୟଟକମାନେ ଭିତରକନିକାର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ।

Related Posts