ଭୁବନେଶ୍ବର ବିମାନ ବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତାକାଲି ବା ଶନିବାର ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏନେଇ ଶନିବାର ମଧ୍ୟାହ୍ନ ୧୨.୨୫ ମିନିଟରେ ଦିଲ୍ଲୀ ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ଓଡିଶା ଅଭିମୁଖେ ବାହାରିବେ। ଭୁବନେଶ୍ବର ବିମାନ ବନ୍ଦରରେ ୨.୨୫ ମିନିଟ ସମୟରେ କୋବିନ୍ଦ ପହଞ୍ଚିବେ ବୋଲି ସୂଚନା ମିଳିଛି ।

ଭୁବନେଶ୍ବର ବିମାନ ବନ୍ଦର ପହଁଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବେ । ତା ପରେ ଭୁବନେଶ୍ବର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ବାହାରି ୩ ଟା ୨୫ ମିନିଟ ସମୟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ୫ ଟାରୁ ୫ଟା ୪୫ ମିନିଟ ସମୟ ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ।

୨୦ ତାରିଖ ଦିନ ୧୦.୪୦ରେ ପୁରୀ ସ୍ଥିତ ଗୌଡିଆ ମିଶନ ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେବେ ।

Related Posts