ମାଣିକେଶ୍ୱରୀ ପୀଠ ବିକାଶ କାମର ହେଲା ଶିଳାନ୍ୟାସ: ଖର୍ଚ୍ଚ ହେବ ୨ କୋଟି

ଥୁଆମୂଳ ରାମପୁର ମାଣିକେଶ୍ୱରୀ ପୀଠର ବଦଳିବ ଛବି | ହେବେ ବିକାଶ | ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କାମର ଶିଳାନ୍ୟାସ କରିଛନ୍ତି | ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ।

ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା ମାଙ୍କ ପୀଠର ମହିମା ଆହୁରି ବୃଦ୍ଧି କରିବା ସହ ପର୍ୟ୍ୟଟନର ମଧ୍ୟ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାଣେକେଶ୍ବରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି । କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି ।

Related Posts