ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନ୍‌କାଉଣ୍ଟର, ୨ ମାଓବାଦୀ ନିହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏନ୍କାଉଣ୍ଟର | ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି | ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଗୁଳିବିନିମୟରେ ଦୁଇ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ଏସ.ଏଲ.ଆର ବନ୍ଧୁକ ସାଙ୍ଗକୁ ଏଲ.ଏମ.ଜି ଭଳି ଅତ୍ୟାଧୁନିକ ବନ୍ଧୁକ ଜବତ ହୋଇଛି।

ଖବର ଅନୁଯାୟୀ, ବିଜାପୁର ଜିଲ୍ଲାର କରି ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହା ପରେ ଡିଆରଜି ଓ ତେଲେଙ୍ଗାନାର ଗ୍ରେହାଉଣ୍ଡ ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ । ତେବେ ଯବାନଙ୍କ ଆସିବା ଦେଖି ମାଓବାଦୀ ମାନେ ଗୁଳି ଚାଳନା କରିଥିଲେ। ଯାହାର ଦୃଢ ଜବାବ ଦେଇଥିଲେ ଯବାନମାନେ , ସେମାନଙ୍କ ମଧ୍ୟ ପାଲଟା ଆକ୍ରମଣ କରିଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ଆତୁର ନାଗରାମ ମହାଦେବପୁର ଏରିଆ କମିଟିର ଡି.ଭି.ସି.ଏମ ପଦରେ ଥିବା ମାଓ ନେତା ସୁନାଧର ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ମାଓ ନେତାଙ୍କୁ ଚିହ୍ନଟ ହୋଇପାରିନାହିଁ । ଘଟଣାସ୍ଥଳରେ ବର୍ତ୍ତମାନ ମଧ୍ୟ ସର୍ଚ୍ଚ ଅପରେସନ ଜାରି ରହିଥିବା ନେଇ ଜଣାପଡ଼ିଛି ।

Related Posts