ମିଶନ ଶକ୍ତି ମହିଳାଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ

ଆହୁରି ଶକ୍ତିଶାଳୀ ହେବେ ରାଜ୍ୟରେ ମିଶନ ଶକ୍ତି । ମିଶନ ଶକ୍ତିକୁ ଆହୁରି ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳାଙ୍କ ଉତ୍ପାଦିତ ଦ୍ରବ୍ୟର ମାର୍କେଟିଂ ବ୍ୟବସ୍ଥା ସହିତ ସୁଧ ରିହାତି ପ୍ରଦାନ, ଅନ୍‌ ଲାଇନ ମାର୍କେଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କ ପୋଷାକ ପାଇଁ ଭତ୍ତା ଘୋଷଣା ହୋଇଛି ।

ଫଳରେ ଏବେ ଅନଲାଇନରେ ମିଳିବ ସାମଗ୍ରୀ । ସେହିପରି ଫେଡେରେସନ ଇସି ମେମ୍ବର ମାନଙ୍କ ବୈଠକ ବାବଦ ଦେୟ ଓ ଗସ୍ତ ପାଇଁ ଭତ୍ତା ଘୋଷଣା କରାଯାଇଛି । ଜିଲ୍ଲା ସ୍ତରରେ ମିଶନ ଶକ୍ତି ଗଠନ ପାଇଁ ପ୍ରତ୍ୟେକ ଜିଲ୍ଲାକୁ ଏକ କୋଟି ଟଙ୍କା ଲେଖାଏଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ତୃଣମୂଳ ସ୍ତରରେ ମିଶନ ଶକ୍ତି ଆନ୍ଦୋଳନ ଆହୁରି ଜୋରଦାର ହେବା ସହିତ ଆର୍ଥିକ ଦୃଷ୍ଟିରୁ ଅଧିକ ସଶକ୍ତ ହେବ ନେଇ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ଇ-ମାର୍କେଟିଂ ପାଇଁ ଅନ୍‌ଲାଇନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ଏହା ସହିତ ଭୁବନେଶ୍ବର SIRD campusରେ ମିଶନ ଶକ୍ତି ବଜାର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାସହିତ ସୁଧ ରିହାତି ବଣ୍ଟନ କାର୍ଯ୍ୟକ୍ରମର ମଧ୍ୟ ଶୁଭାରମ୍ଭ କରିଛନ୍ତି ।

Related Posts