‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନାର ଶୁଭାରମ୍ଭ

ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ପ୍ରଥମେ ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡ଼ାଣ ଆରମ୍ଭ ହୋଇଛି।

ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା- ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ପାଇପାରିବେ। ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍ ହସ୍ପିଟାଲର ଦକ୍ଷ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡ୍‌ନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ। ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ।

Related Posts