ରାଜ୍ୟରେ ଅଣାୟତ୍ତ କରୋନା ସ୍ଥିତି, ୧୦,୪୮୯ ନୂଆ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ରାଜ୍ୟରେ ଅଣାୟତ୍ତ ହୋଇ ପଡିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ହୁ ହୁ ହୋଇ ବଢି ଚାଲୁଛି ସଂକ୍ରମଣ | ଗତ ୨୪ ଘଣ୍ଟାରେ ୧୦,୪୮୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏଥିସହ ୩ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୪୪୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୫୭୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୬୦୦୬୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୭୦୧୫୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts