ରାଜ୍ୟରେ ଆଉ ନୂଆ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ, ୨୦୦କୁ ବୃଦ୍ଧି ପାଇଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗୁଛି | ୨୦୦ ଅତିକ୍ରମ କରିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା | ଆଜି ଆଉ ନୂଆ ୩୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୫ ତାରିଖରେ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୨୦୨କୁ ବୃଦ୍ଧି ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୩୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୫୫୪୩୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts