ରାଜ୍ୟରେ ଆଜି କରୋନା ନେଲା ୨ଜଣଙ୍କ ଜୀବନ, ୨୧୮ ଜଣ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ ଜଣ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହିସହ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୭୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୫୮୩୪୦୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts