ରାଜ୍ୟରେ ଆଜି ୧୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ନୂଆ ୧୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଖୋର୍ଦ୍ଧାରୁ ୫୩ ଜଣ, ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Related Posts