ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁସଂଖ୍ୟା ୮୪୪୦କୁ ବୃଦ୍ଧି

ରାଜ୍ୟରେ କରୋନା ଜନିତ ମୃତ୍ୟୁର ତାଣ୍ଡବ ଲାଗି ରହିଛି | ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୦ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର |

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୮୩୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୬୪୮୩୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts