ରାଜ୍ୟରେ ଖସୁଛି ସଂକ୍ରମଣ: ଆଜି ୫ହଜାର ୮୯୧ଜଣ କରୋନା ସଂକ୍ରମିତ ଚିହ୍ନଟ, ୭ ମୃତ

ରାଜ୍ୟରେ ଖସୁଛି ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୭୮୪୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୪୭୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୭୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୭୩୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୩୧୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୨୫୩୬୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୫ହଜାର ୮୯୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୭ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବାବେଳେ ଝାରସୁଗୁଡା ଜିଲ୍ଲରୁ ଜଣେ, ଯାଜପୁରରୁ ଜଣେ, ଢେଙ୍କାନାଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୩୨କୁ ବୃଦ୍ଧି ପାଇଛି ।

Related Posts