ରାଜ୍ୟରେ ଏବେ କରୋନା ଗ୍ରାଫ ତଳକୁ ଖସିବାକୁ ଲାଗିଛି | ଏଥିସହ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ଖସିବାକୁ ଲାଗୁଛି | ଖସୁଥିବା ସଂକ୍ରମଣ ହାରକୁ ନେଇ ଦିନକୁ ଦିନ ସ୍ୱାଭାବିକ ହେବାରେ ଲାଗୁଛି ଜନଜୀବନ | ଗତ ୨୪ ଘଣ୍ଟାରେ ୪୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏଥିସହ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା | ଯାହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୦୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬ ଜଣ, ବାଲେଶ୍ବରରୁ ୨ ଜଣ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୯୨୫୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୩୨୪୭୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି, ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୨୯୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୬ ଜଣ ରହିଛନ୍ତି ।
