ରାଜ୍ୟରେ ୧୬ ତାରିଖରୁ ବର୍ଷା ସମ୍ଭାବନା

ପୁଣି ହେବ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୬ ତାରିଖରୁ ବର୍ଷା ସହ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ୧୬ ତାରିଖରୁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି କିଛି ଜିଲ୍ଲାରେ କୁଆପଥର ସହ ବର୍ଷା ହେବାର ସମ୍ଭାବନା ରହିଛି।

୧୫ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କାଲି ଠାରୁ ରାତ୍ରି ତାପମାତ୍ରା ବଢ଼ିବ। ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ରାତ୍ରି ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Related Posts