ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଆଜି ଦେଶ ପାଳୁଛି ୭୩ତମ ସାଧାରଣତନ୍ତ୍ର ଦିବସ । କରୋନା କଟକଣା ଭିତରେ ସାରା ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରଯାଇଛି । ରାଜ୍ୟ ସ୍ତରରେ ମଧ୍ଯ ସାଧାରଣତନ୍ତ୍ର ଦିବସ ବେଶ୍ ଧୁମ୍ ଧାମରେ ପାଳିତ ହେଉଛି । ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି ।

ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ ଆରମ୍ଭ ହୋଇଥିବା କରୋନା କଟକଣାକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୋସିଆଲ ମିଡ଼ିଆରେ ଗଣତନ୍ତ୍ର ଦିବସର ଲାଇଭ ପରେଡର ସିଧାପ୍ରସାରଣ କରାଯାଉଛି । ଅନ୍ୟପଟେ ରାଜ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏସଆରସି ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ନିଜ ବ୍ୟକ୍ତିଗତ ଘରେ ଜାତୀୟ ପତକା ଉତ୍ତୋଳନ ସମୟରେ ୫ଜଣରୁ ଅଧିକ ଲୋକ ରହିପାରିବେ ନାହିଁ ବୋଲି କୁହାଯାଇଛି । ସେହିପରି ଶିକ୍ଷାନୁଷ୍ଠାନ, କ୍ଲବ ଏବଂ ଅନୁଷ୍ଠାନରେ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ୧୦ଜଣରୁ ଅଧିକ ଲୋକ ଉପସ୍ଥିତ ରହିପାରିବେ ନାହିଁ । ଆବଦ୍ଧ କୋଠରୀରେ ୫୦ପ୍ରତିଶତ କ୍ଷମତାରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ନିର୍ଦ୍ଦେଶ ରହିଛି । ତେବେ ଏହି ସମୟରେ କୋଭିଡ କଟକଣା କଡାକଡି ଭାବେ ପାଳନ କରିବାକୁ କୁହାଯାଇଛି । ସମସ୍ତଙ୍କୁ ମାସ୍କ ପରିଧାନ କରିବାକୁ କୁହାଯାଇଥିବା ବେଳେ ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି।

Related Posts