ରାଜ୍ୟ କ୍ୟାବିନେଟ: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ

ନୂଆ ବର୍ଷ ଅବସରରେ ଶିକ୍ଷକମାନଙ୍କ ପାଇଁ ଖୁସି ଖବର | ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ | ଏନେଇ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି। ଏହାଦ୍ୱାରା ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ଦରମା ପାଇବେ।

ଏଡେଡ୍ ବେସରକାରୀ ହାଇସ୍କୁଲ, ଉଚ୍ଚପ୍ରାଥମିକ ସ୍କୁଲ ଶିକ୍ଷକ ପାଇବେ ନୂତନ ଦରମା। ଏଡେଡ୍ ବେସରକାରୀ କଲେଜ ଶିକ୍ଷକମାନେ ମଧ୍ୟ ପାଇବେ ନୂତନ ଦରମା | ନୂତନ ବର୍ଦ୍ଧିତ ବେତନ ୧.୧. ୨୦୨୨ଠାରୁ ଲାଗୁ ହେବ|
ଏହାଦ୍ୱାରା ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬, ୬୬୪ କଲେଜ ଅଧ୍ୟାପକ ଉପକୃତ ହେବେ | ଏଥିପାଇଁ ୨୯୨ କୋଟି ଖର୍ଚ କରିବେ ରାଜ୍ୟ ସରକାର |

Related Posts