ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିପାତ

ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଲା ସଫଳତା | ଏନକାଉଣ୍ଟରରେ ୨ ଆତଙ୍କୀ ନିପାତ | କୁଲଗ୍ରାମର ରେଡୱାନି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଅପରେସନ୍ ସମୟରେ ଏହି ଏନକାଉଣ୍ଟର ହୋଇଛି । ସର୍ଚ୍ଚ ଅପରେସନ୍ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ବର୍ତ୍ତମାନ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅଭିଯାନ ଜାରି ରହିଛି । ତେବେ ନିପାତ ହୋଇଥିବା ଆତଙ୍କବାଦୀ କେଉଁ ସଂଗଠନ ରୁ ଆସିଛନ୍ତି ଓ ସେମାନଙ୍କ ପରିଚୟ ଜଣାପଡିନାହିଁ ।

Related Posts