ପ୍ରବଳ ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଆଲର୍ଟ
ଭୁବନେଶ୍ବର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହ ସ୍ବଳ୍ପ ଧରଣର ବର୍ଷା ହେଉଛି। ଆସନ୍ତା ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା। ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୩ ଦିନ ଯାଏ ସୁନ୍ଦରଗଡ, ମୟୂରଭଞ୍ଜ ଓ କେନ୍ଦୁଝରରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ୬ ଜିଲ୍ଲାକୁ ଝଡବର୍ଷା ନେଇ ସତର୍କ କରାଯାଇଛି। ସୁନ୍ଦରଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକରେ ବର୍ଷା ସହ ବିଜୁଳି ଘଡଘଡି ହୋଇପାରେ। ଉତ୍ତର ଓଡି଼ଶାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଘଡଘଡି ଲାଗି ରହିବ।
