୧୩ରେ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ବେଗୁନିଆ ଅଞ୍ଚଳରେ ପହଞ୍ଚି (CM Naveen Patnaik to distribute smart health card) । ବେଗୁନିଆ ମିନି ଷ୍ଟାଡିୟମ (Begunia Mini Stadium )ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ କାର୍ଡ ବାଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି ।

ତେବେ ମୂଖ୍ୟମନ୍ତ୍ରୀ ଙ୍କ ଗସ୍ତ ପୁର୍ବରୁ ସ୍ଥିତି ସମୀକ୍ଷା କରିଛନ୍ତି ଜିଲ୍ଲାପାଳ । ମିନି ଷ୍ଟାଡିଅମ ଠାରେ ସଭା ସ୍ଥଳ ପ୍ରସ୍ତୁତି ଚାଲିଥିବା ବେଳେ ହେଲିପ୍ୟାଡ କାର୍ଯ୍ୟ ବୁଲି ଦେଖିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ SP ରାଜକିଶୋର ଦୋରା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳାର ସହିତ ଶେଷ କରିବା କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସେହିପରି ଆଜି ଜିଲ୍ଲାପାଳଙ୍କ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ, ବେଗୁନିଆ ତହସିଲଦାର, ବିଡ଼ିଓ ଓ ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Related Posts