୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ : ୭ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି।

ଏଥିସହ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିବ ବୋଲି ପାଣିପାଗ ବିଭାଗ କହିଛି ା

Related Posts