ନୂଆଦିଲ୍ଲୀ(ସତ୍ୟପାଠ ବ୍ୟୁରୋ): କଂଗ୍ରେସ ନେତା ଲୋକସଭା ସାଂସଦ ରାହୁଲ ଗାନ୍ଧୀଙ୍କର ଆଜି ଜନ୍ମଦିନ। ୫୬ ବର୍ଷରେ ପଦାର୍ପଣ କରିଛନ୍ତି ରାହୁଲ ଗାନ୍ଧୀ। ଏହି ଅବସରରେ କଂଗ୍ରେସ ଅନେକ କାର୍ଯ୍ୟକ୍ରମ ଆୟୋଜନ କରୁଛି । ରାହୁଲ ଗାନ୍ଧୀଙ୍କ ଜନ୍ମ ୧୯ ଜୁନ୍ ୧୯୭୦ରେ ଦିଲ୍ଲୀର ହୋଲି ଫ୍ୟାମିଲି ହସ୍ପିଟାଲରେ ହୋଇଥିଲା । ସେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଏବଂ କଂଗ୍ରେସ ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀଙ୍କ ପୁଅ । ଅନେକ କଂଗ୍ରେସ ନେତା ସୋସିଆଲ ମିଡିଆରେ ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ସାମ୍ବିଧାନିକ ମୂଲ୍ୟବୋଧ ଏବଂ ସମାଜର ଅବହେଳିତ ବର୍ଗ ପାଇଁ ତାଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି। ଏକ୍ସ-ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଲେଖିଛନ୍ତି, “ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନରେ ଅନେକ ଅନେକ ଶୁଭେଚ୍ଛା । ମୁଁ ତାଙ୍କ ସୁସ୍ଥତା ଏବଂ ଦୀର୍ଘ ଜୀବନ କାମନା କରୁଛି । “