୭ରୁ ରାଜ୍ୟରେ ଖୋଲିବ ସ୍କୁଲ, କଲେଜ୍

ରାଜ୍ୟରେ ଖୋଲିବ ସ୍କୁଲ । ଆସନ୍ତା ୭ ତାରିଖ ଅର୍ଥାତ ସୋମବାରଠାରୁ ରାଜ୍ୟରେ ସ୍କୁଲ ଖୋଲିବା ନେଇ ତାରିଖ ଧାର୍ଯ୍ୟ କରାଯାଇଛି । ଅଷ୍ଟମରୁ ଉପରକୁ ସବୁ କ୍ଲାସ ସୋମବାରଠାରୁ ଖୋଲିବ । କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ସରକାର । ସମସ୍ତ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଛାତ୍ରଛାତ୍ରୀମାନେ ଉଭୟ ଅନଲାଇନ୍ ଏବଂ ଅଫଲାଇନରେ କ୍ଲାସ କରିପାରିବେ । ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ।

ସେହିପରି ଫେବୃଆରୀ ୧୪ ତାରିଖରୁ ଖୋଲିବ କେଜିରୁ ସପ୍ତମ ଯାଏଁ ସ୍କଲ । କେଜିରୁ ୯ମ ଯାଏଁ କ୍ଲାସ ପ୍ରମୋସନ୍ ପରୀକ୍ଷା ହେବ । ଏହି ପରୀକ୍ଷା କ୍ଲାସରୁମ ଆସେସମେଣ୍ଟ ଆଧାରରେ ହେବ । ଦଶମ, ଦ୍ୱାଦଶ ଶ୍ରେଣୀ ପରୀକ୍ଷା ନେଇ ବୋର୍ଡ ବ୍ୟବସ୍ଥା କରିବ । ଦରକାର ପଡ଼ିଲେ ଖରା ଛୁଟି ଅବଧି କମାଇ ପାଠ ପଢ଼ାଯିବ ।

Related Posts