ଭୁବନେଶ୍ୱର,୭/୧୦(ସତ୍ୟପାଠ ବ୍ୟୁରୋ): ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ ଆଗରୁ ସୂଚନା ଦେଥିଲେ। ସେ କହିଛନ୍ତି,ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇବେ ସେମାନଙ୍କୁ ଖାତାକୁ ଏହି ଟଙ୍କା ଯିବ।
ଆଗାମୀ ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦ୍ବିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ସେ ଆହୁରି କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ। ତେବେ ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା ‘ ଟଙ୍କା ପାଇବେ, ସେହି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆଜି ପରୀକ୍ଷାମୂଳକ ୧ ଟଙ୍କା ଆସିବ।
ସୁଭଦ୍ରା ଯୋଜନାରେ ଆଜି ସୁଦ୍ଧା ୩୨ ଲକ୍ଷ ଏମ୍ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଯାହା କ୍ଲିୟରାନ୍ସ ଆସିବ ୯ ତାରିଖରେ ସେମାନଙ୍କ ଖାତା ଟଙ୍କା ଆସିବ। ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ଆଜି ସୁଦ୍ଧା ‘ସୁଭଦ୍ରା’ ଯୋଜନାରେ ୧ କୋଟିରୁ ଅଧିକ ମହିଳାଙ୍କ ଆବେଦନ ପୂରଣ ହୋଇପାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।





