ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଜିଲ୍ଲା ମାନ୍ୟତା ଦାବି ନେଇ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। କଣ୍ଟାବାଞ୍ଜି ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜିର ଏହି ବନ୍ଦରେ ସମସ୍ତ ବ୍ୟାବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ ଓ କାର୍ଯ୍ୟାଳୟ ବନ୍ଦ ରହିବା ସହିତ ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଛି।

ତେବେ କଣ୍ଟାବାଞ୍ଜିରେ ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତ୍ତାମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜିର ଏହି ବନ୍ଦରେ ସହରର ୨୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଜଣାପଡ଼ିଛି।

Related Posts