କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୧୩ ମୃତ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ମହାରାଷ୍ଟ୍ରର ପାଲଘର ଜିଲ୍ଲାର ବିରାର ଓ୍ୱେଷ୍ଟ ସ୍ଥିତ ବିଜୟ ବଲ୍ଲଭ କୋଭିଡ୍ କେୟାର ହସ୍ପିଟାଲରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି। ମୋଟ୍ ୧୭ ଜଣ ଆଇସିୟୁରେ ଥିଲେ। ଏଯାବତ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବାକି ୪ ଜଣଙ୍କୁ ଆଉ ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କିଛି ଦିନ ପୂର୍ବରୁ ମୁମ୍ବାଇର କୋଭିଡ ସେଣ୍ଟରରେ ନିଆଁ ଲାଗିଯାଇଥିଲା। ଏହା ପରେ କୋଭିଡ ହସ୍ପିଟାଲରେ ଏହା ହେଉଛି ଦ୍ୱିତୀୟ ବଡ଼ ଅଗ୍ନିକାଣ୍ଡ । ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।

Related Posts