୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ୨ ଘଣ୍ଟା ଧରି ସାହାଣମେଲା ଦର୍ଶନ କରିବେ ଭକ୍ତ, ଦିନ ୧୧ଟା ପରେ ଦର୍ଶନ ବନ୍ଦ

ଭୁବନେଶ୍ୱର,୧୫/୬(ସତ୍ୟପାଠ ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି | ଜ୍ବରରେ ପୀଡିତ ମହାପ୍ରଭୁ ସୁସ୍ଥ ହେଉଛନ୍ତି | ରଥରେ ବସି ଏବେ ମାଉସୀ ଘରକୁ ଯିବେ ଆଉ ତା ପୂର୍ବରୁ ନବଯୌବନ ଦର୍ଶନ ଦେବେ ଚାରୁର୍ଦ୍ଧାମୂରତି | ତେବେ ଆସନ୍ତା ୧୯ ତାରିଖରେ ଶ୍ରୀଜିଉଙ୍କର ମାତ୍ର ୩ ଘଣ୍ଟା ନବ ଯୌବନ ଦର୍ଶନ ହେବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସକାଳ ୮ଟାରୁ ୯ଟା ଯାଏ ପରିମାଣିକ ଦର୍ଶନ ବ୍ୟବସ୍ଥା ରହିବ। ସକାଳ ୮ଟାରୁ ୯ଟା ଯାଏ ପାରମାଣିକ ଟିକେଟଧାରୀ କରିପାରିବେ ଦର୍ଶନ। ପାରମାଣିକ ଟିକେଟର ଦାମ ୧୦୦ ଟଙ୍କା ସ୍ଥିର କରାଯାଇଛି। ସେହିଭଳି ସକାଳ ୯ଟାରୁ ୧୧ଟା ଯାଏଁ ସାହାଣମେଲା ଦର୍ଶନ କରିପାରିବେ ଭକ୍ତ । ତେବେ ଦିନ ୧୧ଟାରୁ ଦର୍ଶନ ବନ୍ଦ ରହିବ।

ନବଯୌବନ ଦର୍ଶନର ପରଦିନ ଶ୍ରୀଜିଉ ରଥାରୁଢ ହେବେ। ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସେଥିନେଇ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

Related Posts