ଆଜି ଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ସତ୍ୟପାଠ ବ୍ୟୁରୋ : ଯୁକ୍ତ ଦୁଇ ପାଇଁ ଆଜି ଠାରୁ ନାମଲେଖା ଆରମ୍ଭ । କଳା, ବିଜ୍ଞାନ ଓ ବାଣିଜ୍ୟ ପାଇଁ ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିବ । ଏହାପରେ ଜୁଲାଇ ୧୨ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଷ୍ଟ ଲିଷ୍ଟ ପ୍ରକାଶ ପାଇବ । ଏଥିପାଇଁ ଜୁଲାଇ ୧୨ରୁ ୧୬ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ ।

୨୦୧୯-୨୦ ଶିକ୍ଷାବର୍ଷ ପାଇଁ ୩ଲକ୍ଷ ୭୫ହଜାର ୯୫୮ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୩ଲକ୍ଷ ୩୩ହଜାର ୫୭୩ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରଥମ ପର‌୍ୟ୍ୟାୟରେ ନାମଲେଖା ଲାଗି ଚୟନ କରାଯାଇଛି । କଳାରେ ୨ଲକ୍ଷ ୧୯ହଜାର ୧୦ଜଣ ,ବିଜ୍ଞାନରେ ୮୧ ହଜାର ୧୯୭ଜଣ, ବାଣିଜ୍ୟରେ ୨୨ହଜାର ୩୭୫ଜଣ, ସଂସ୍କୃତରେ ୬ହଜାର ୩୧୯ଜଣ, ଧନ୍ଦାମୂଳକ ଶିକ୍ଷାରେ ୪ହଜାର ୬୯୦ଜଣ ପ୍ରଥମ ପର‌୍ୟ୍ୟାୟରେ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ।

Related Posts