ଆସନ୍ତାକାଲି ପ୍ରକାଶ ପାଇବ + ୨ କଳା ଓ ଧନ୍ଦା ମୂଳକ ଶିକ୍ଷା ରେଜଲ୍ଟ

ଭୁବନେଶ୍ୱର,୭/୬(ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇ ସାରିଥିବା ବେଳେ ଗୁରୁବାର ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ କଳା ଓ ଧନ୍ଦା ମୂଳକ ଶିକ୍ଷା ରେଜଲ୍‌ଟ ପ୍ରକାଶ ପାଇବ। www.chseresults.nic.in ରେ ଛାତ୍ରଛାତ୍ରୀ ନିଜ ପରୀକ୍ଷା ଫଳ ଜାଣିପାରିବେ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର।

ସୂଚନାଯୋଗ୍ୟ ଯେ, ଚଳିତବର୍ଷ ମାର୍ଚ୍ଚ ୧ ତାରିଖରୁ ଏପ୍ରିଲ ୫ ତାରିଖ ଯାଏ ଯୁକ୍ତ ଦୁଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଯୁକ୍ତ ଦୁଇ କଳାରେ ଏବର୍ଷ ୨ ଲକ୍ଷ ୧୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେହିପରି ଧନ୍ଦା ମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Related Posts