ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଆଜି ଅପରାହ୍ନ ୪ଟାରେ ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚିତ କରାଯିବ। ଏହାପରେ ପରୀକ୍ଷାର୍ଥୀ ମାନେ www.orissaresults.nic.in ବୋର୍ଡ ୱେବସାଇଟ୍‌ରେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ।ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀଙ୍କ ଫଳ ଉପଲବ୍ଧ ହେବ। ଉକ୍ତ ଦୁଇଟି ବିଭାଗରେ ୨ଲକ୍ଷ ୩୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ବିଭାଗର ୨ଲକ୍ଷ ୧୩ ହଜାର ଓ ଧନ୍ଦାମୂଳକରେ ୨୪‌ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ସୂଚନା ମିଳିଛି।

Related Posts