+ ୨ ନାମଲେଖା; ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟ




ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ):  ୨୦୨୨-୨୩ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଯୁକ୍ତ ୨ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ଲାଗି ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟ ତଥା ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇବା ନେଇ ସୂଚନା ମିଳିଛି। ଏହା ପରେ ଛାତ୍ରଛାତ୍ରୀ କେଉଁ କଲେଜରେ ପଢ଼ିବା ଲାଗି ଯୋଗ୍ୟତା‌ ଅର୍ଜନ କରିଛନ୍ତି ସେସମ୍ପର୍କରେ ସେମାନେ ଜାଣିପାରିବେ।

ପ୍ରଥମ ପର୍ଯ୍ୟାୟରେ ନାମ ଲେଖା ପାଇଁ ଯୋଗ୍ୟ ବିବେଚିତ  ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ୧୯ରୁ ୨୫ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଚଳିତବର୍ଷ ରାଜ୍ୟର ୨ ହଜାର ୬୫ କଲେଜର ୫ ଲକ୍ଷ ୭ ହଜାର ୫୦୨ ସିଟ୍‌ ପାଇଁ ୫ ଲକ୍ଷ ୭ ହଜାର ୯୩୫ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୭୫ ହଜାର ୯୯୦ ଜଣ ଅନ୍‌ଲାଇନ୍‌ରେ ଆବେଦନ କରିଥିବା ବେଳେ ୪ ଲକ୍ଷ ୭୧ ହଜାର ୩୨୪ ଜଣ ଅନ୍‌ଲାଇନ୍‌ ଜରିଆରେ ଫି’ ଦାଖଲ କରିଛନ୍ତି। ନାମଲେଖା ନେଇ ଆଜି ନିର୍ଦ୍ଦେଶାଳୟ ପକ୍ଷରୁ ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

Related Posts