ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ, ୪ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

ଭୁବନେଶ୍ଵର (ସତ୍ୟପାଠ ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଆଉ ଦୁଇଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଛି । ଉପର ମୁଣ୍ଡରୁ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ କମିଥିବାରୁ ଗେଟ୍‌ ବନ୍ଦ କରାଯାଇଛି । ଫଳରେ ବର୍ତ୍ତମାନ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ହୀରାକୁଦର ବାମ ପାର୍ଶ୍ବରେ ୨ଟି ଏବଂ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

ସୂଚନାଯୋଗ୍ୟ ଯେ, ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ କମୁଛି । ଯାହା ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କମିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୨ଟି ସ୍ଲୁଇସ୍ ଗେଟ୍ ବନ୍ଦ କରିଛନ୍ତି ଜଳଭଣ୍ଡାର କର୍ତ୍ତୃପକ୍ଷ । ବାମପାର୍ଶ୍ବରୁ ୨ଟି ଏବଂ ଡାହାଣପାର୍ଶ୍ବରୁ ୨ଟି ଗେଟ୍ ବନ୍ଦ କରାଯାଇଛି । ବର୍ତ୍ତମାନ ୪ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ଜାରି ରହିଥିଲା ।

ଗୁରୁବାର ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୬.୦୪ ଫୁଟ୍ ରହିଥିଲା । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୬୬ ହଜାର ୨୫୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି ୧ ଲକ୍ଷ ୨୮ ହଜାର ୨୨୩ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି ।

Related Posts