ଆସନ୍ତାକାଲି ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର,୩୦/୫(ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ମେ’୩୧ ତାରିଖରେ ପ୍ରକାଶ ପାଇବ +୨ ରେଜଲ୍ଟ। କାଲି କେବଳ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ଶିକ୍ଷା ର ଫଳ ପ୍ରକାଶ ପାଇବ। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପରୀକ୍ଷା ନିୟନ୍ତ୍ରକଙ୍କ ଏହି ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Related Posts