ଓଡ଼ିଶାରେ ୨୬ ଟମାଟୋ ଫ୍ଲୁ ରୋଗୀ ଚିହ୍ନଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଓଡ଼ିଶାରେ ୨୬ ଟମାଟୋ ଫ୍ଲୁ ରୋଗୀ ଚିହ୍ନଟ । ଏନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ଏ ରୋଗକୁ ଆମେ ଟମାଟୋ ଫ୍ଲୁ ନ କହି ଐଗୠଊ କହିବା । ୩୬ ସନ୍ଦିଗ୍ଧ ଐୠଗଊ ମାମଲାର ନମୁନା ଜଗଜଉକୁ ପଠାଯାଇଥିଲା । ସେଥିମଧ୍ୟରୁ ୨୭ ଜଣ ପଜିଟିଭ ବାହାରିଛନ୍ତି । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୯ ଜଣ, ଖୋର୍ଦ୍ଧା ଗ୍ରାମାଞ୍ଚଳରୁ ୨ଜଣ, ପୁରୀରୁ ୩ ଜଣ ଓ କଟକରୁ ୨ ଜଣ ଅଛନ୍ତି । ସମସ୍ତ ରୋଗୀ ୯ ବର୍ଷରୁ କମ ବୟସର । ସମସ୍ତେ ଭଲ ଅଛନ୍ତି । ସେମାନଙ୍କ ଉପରେ ଲୋକାଲ ସ୍ୱାସ୍ଥ୍ୟ ଟିମ ନଜର ରଖିଛନ୍ତି । ପଜିଟିଭ ନମୁନାଗୁଡିକୁ ଜିନମ ସିକ୍ୱେନ୍ସିଂ ଲାଗି ଘଓଠ ପୁନେକୁ ପଠାଯାଇଛି । କିଛିଦିନ ପୂର୍ବରୁ ଏ ରୋଗକୁ ସର୍ଭେଲାନ୍ସ ମଧ୍ୟକୁ ଆଣିବାକୁ ସରକାରଙ୍କ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦେଶ ଦିଆଯାଇଥିଲା ।

ଅଭିଭାବକମାନଙ୍କୁ ପରାମର୍ଶ, ଜ୍ୱର ହେବା, ଭୋକ ନ ଲାଗିବା, ପାଟି ପାଖରେ ଘା ହେବା ଭଳି ଲକ୍ଷଣ ଦେଖାଦେଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରନ୍ତୁ । ପିଲାର ହାଇଡ୍ରେସନ ମେଣ୍ଟେନ ରଖିବା । ଅଧିକ ଜଟିଳତା ଦେଖାଦେଲେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ । ଏହି ରୋଗ ପୂର୍ବରୁ ଥିଲା । ରୋଗୀକୁ ଆଇସଲେସନରେ ରଖିଲେ ଜଣଙ୍କ ମଧ୍ୟରେ ସୀମିତ ରହିବ । ୩ ଦିନରେ ଭଲ ହୋଇପାରୁଛି ଏ ରୋଗ । ତେଣୁ ଏହାକୁ ନେଇ ଡରିବାର ନାହିଁ । ଏହାର ଚିକିତ୍ସା ପାଇଁ କୌଣସି ସ୍ୱତନ୍ତ୍ର ଔଷଧ ବା ଟୀକା ନାହିଁ । ଲକ୍ଷଣ ଅନୁସାରେ ଏହାର ଚିକିତ୍ସା କରାଯାଇଥାଏ । ଯେହେତୁ ରାଜ୍ୟରେ ଏଭଳି ରୋଗୀ ଚିହ୍ନଟ ହେଲେଣି ଆମେ ସତର୍କ ରହିବା । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts