ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ

corona

(ସତ୍ୟପାଠ ବ୍ୟୁରୋ)ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଭୟା ବହ ହେବାରେ ଲାଗିଛି । ପ୍ରତିଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ଜଣ ମୃତକଙ୍କ ମଧ୍ୟରେ କଟକରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୂଆପଡାରୁ ୨ଜଣ ଓ ସୁନ୍ଦରଗଡରୁ ଜଣେ ଅଛନ୍ତି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତସଂଖ୍ୟା ୧୯୫୮ରେ ପହଁଚଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ ଜଣ ନୂଆ କରେନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୨୩୧୫ ପହଁଚିଛି । ସେଥିମଧ୍ୟରୁ ସୁସ୍ଥ ହୋଇଛନ୍ତି ୩୪୯୩୭୭ । ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ଖୋର୍ଦ୍ଧାରେ ୭୦୩ ଜଣ ଚିହ୍ନଟ ହୋଇଛନ୍ତି ।

Related Posts