ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ):ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ବାପପୁଅଙ୍କ ସମେତ ୬ ମୃତ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡିଜିଲ୍ଲା ମଦନପୁର ଥାନା ଗୌଡ଼ କର୍ଲା ଖୁଣ୍ଟା ଗାଁରେ । ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ। ମୃତକମାନଙ୍କ ମଧ୍ୟରେ ବାପପୁଅ ଥିବା ଜଣାଯାଇଛି।ଅପରପକ୍ଷରେ ଗୁରୁତର ଥିବା ଶ୍ରମିକଙ୍କୁ ପ୍ରଥମେ ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ମୃତକମାନେ ହେଲେ ନିମାଇଁ ପାଲ(୪୮), ତାଙ୍କ ପୁଅ ଆକାଶ ପାଲ (୨୮), ଅଦଲ ମାଝୀ (୫୫),ମାଟୋଗଣ୍ଡା ଗାଁର ମନୋରଞ୍ଜନ ହାତୀ (୨୭), ଦୁଟାଗାଁର ଛନ୍ଦା ଜାଲ ଓ ବିପୁଲ ଜାଲ। ଗୁରୁତରଜଣକ ହେଲେ ହାତୀଖୋଜ ଗାଁର ପଙ୍କଜ ଭୋଇ (୩୨)। ସେପଟେ କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁରଠାରେ ନିର୍ମାଣାଧୀନ ସ୍ଥାନରେ ଘଟିଥିବା ଦୁଃଖଦ ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
