ଅଗଷ୍ଟ ୧ରେ ରାଜ୍ୟରେ ନିଯୁକ୍ତି ପାଇବେ ୬୮୯୧ ଶିକ୍ଷକ; କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ୟରେ ନିଯୁକ୍ତି ପାଇବେ ୬୮୯୧ ଶିକ୍ଷକ । ଆସନ୍ତା ଅଗଷ୍ଟ ପହିଲାରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମସ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବା ସହ ଉଦ୍‌ବୋଧନ ଦେବେ । ଶିକ୍ଷକଙ୍କ ମଧ୍ୟରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ।

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ କହିଛନ୍ତି, ରାଜ୍ୟରେ ଏବେ ୧୧ ହଜାର ୮୦୦ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଏହି କ୍ରମରେ ଆସନ୍ତା ୧ ତାରିଖରେ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ ।

Related Posts