ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା: ଅଜୟ ଦେବଗନ ଏବଂ ସୁରିୟାଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର

ନୂଆଦିଲ୍ଲୀ: ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପୁରସ୍କୃତଙ୍କ ନାମ ଘୋଷଣା କରାଯାଇଛି। ସୂର୍ଯ୍ୟ ଦେଓଙ୍କ ‘କାଲି ପାଇଁ କାଲିର ସିନେମା’କୁ ଶ୍ରେଷ୍ଠ ବୁକ୍ ଅନ ସିନେମାରେ ସମ୍ମାନିତ କରାଯାଇଛି। ଅଜୟ ଦେବଗନ ଏବଂ ସୁରିୟା ଶ୍ରେଷ୍ଠ ଅଭିନେତା ବିବେଚିତ ହୋଇଛନ୍ତି।

ଫିଲ୍ମ ତାନାଜୀ ପାଇଁ ଅଜୟ ଦେବଗନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ସେହି ପରି ଅପର୍ଣ୍ଣା ବାଲମୂରଲୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି।

Related Posts