ନୂଆଦିଲ୍ଲୀ : ଦେଶରେ ବଢ଼ୁଛି କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଏବେ ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ସଂକ୍ରମଣ ବଢ଼ୁଥିବା ବେଳେ ଯାହାକୁ ନେଇ ଚିନ୍ତା ପ୍ରକାଶ ପାଇଛି । ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ ।

୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୫୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୪୪୫୧୩ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୫୨ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୬୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।