ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସର ୯ ଗ୍ୟାରେଣ୍ଟି; ଜିତିଲେ ୫୦୦ ଟଙ୍କାରେ ଗ୍ୟାସ, ବେକାରୀ ଭତ୍ତା ୩୦୦୦ ଟଙ୍କା ଦେବାକୁ ପ୍ରତିଶୃତି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ । ଏହା ପୂର୍ବରୁ ଆଜି ରାଜ୍ୟ କଂଗ୍ରେସ ଆଜି ଘୋଷଣା କରିଛି ନିଜ ନିର୍ବାଚନ ଇସ୍ତାହାର। ବିଜେପିର ‘ମୋଦି ଗ୍ୟାରେଣ୍ଟି’କୁ ଚେକ ଦେବାକୁ କଂଗ୍ରେସ ଆଜି ୯ଟି ଗ୍ୟାରେଣ୍ଟି ଲଞ୍ଚ କରିଛି।

ନିଜ ଘୋଷଣା ପତ୍ରରେ ଗୃହଲକ୍ଷ୍ମୀ ଯୋଜନାରେ ପ୍ରତି ଘର ମୁଖ୍ୟ ମହିଳାଙ୍କୁ ୨ ହାଜର ଟଙ୍କା ଭତ୍ତା, ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗଙ୍କୁ ୨ ହଜାର ଟଙ୍କା ମାସିକ ଭତ୍ତା, ବେକାରୀଙ୍କୁ ୩ ହଜାର ଏବଂ କୃଷକଙ୍କ ପାଇଁ ମାସିକ ପେନସନ୍ ୨ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଛି କଂଗ୍ରେସ। ସରକାରୀ କର୍ମଚାରୀଙ୍କ ସମେତ ସମସ୍ତଙ୍କ ପାଇଁ ୧୫ ଲକ୍ଷ ଟଙ୍କା ଯାଏଁ ମାଗଣା ଚିକିତ୍ସା ବ୍ୟବସ୍ଥା କରାଇବାକୁ ନିଜ ଗ୍ୟାରେଣ୍ଟି ପତ୍ରରେ ଉଲ୍ଲେଖ କରିଛି କଂଗ୍ରେସ। ଖାଲି ସେତିକି ନୁହେଁ, ଚିଟଫଣ୍ଡ କ୍ଷତିଗସ୍ତଙ୍କୁ ୬ ମାସରେ ଟଙ୍କା ଫେରାଇବାକୁ ପ୍ରତିଶ୍ରୁତି ଦେଇଛି କଂଗ୍ରେସ। ସେହିପରି ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ ଦେୟ ଛାଡ, ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା, ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର,ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା ଓ କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ ବୋଲି ଘୋଷଣା କରିଛି କଂଗ୍ରେସ ।

Related Posts