ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହୀରାକୁଦ ଡ଼୍ୟାମ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ଜୁଲାଇ ୨୩ରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ ।
ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ ଛାଡ଼ିବା ନେଇ ଡ୍ୟାମ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି । ଏଥିଯୋଗୁଁ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ । ତେଣୁ ଏନେଇ ଜନସାଧାରଣକୁ ଆଗୁଆ ସତର୍କ କରାଇଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ ।





