ଅକ୍ଟୋବରରୁ ବାଘ ଗଣନା କରିବେ ରାଜ୍ୟ ସରକାର

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ କେତେ ଅଛନ୍ତି ବାଘ ଓ ହାତୀ ? ଏହା ଜାଣିବା ପାଇଁ ବାଘ ଓ ହାତୀ ଗଣନା କରିବେ ରାଜ୍ୟ ସରକାର। ଅକ୍ଟୋବରରୁ ଆରମ୍ଭ ହେବ ବାଘ ଗଣନା। ଦୁଇଟି ପର୍ଯ୍ୟାୟରେ ହେବ ଗଣନା। ଟ୍ରାଞ୍ଜାକ୍ଟ ଆନାଲିସିସ ଓ କ୍ୟାମେରା ଟ୍ରାପ ଜରିଆରେ ହେବ ବାଘ ଗଣନା। ବନ ବିଭାଗର ବରିଷ୍ଠ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି।

ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁସାରେ, ଟ୍ରାଞ୍ଜାକ୍ଟ ଆନାଲିସିସରେ ପାଦ ଚିହ୍ନ, ସ୍କ୍ରାଚ ମାର୍କ ଆଦି ଆଧାରରେ ବାଘ ଗଣନା କରାଯିବ। CCTV କ୍ୟାମେରା ଟ୍ରାପ୍ ଜରିଆରେ ବାଘର ଚଳପ୍ରଚଳକୁ କଏଦ କରାଯିବ। ପ୍ରାୟ ଦେଢ଼ ମାସ ଧରି ଚାଲିବ ବାଘ ଗଣନା। ସେହିପରି ୨୦୨୪ ମେ’ରୁ ହାତୀ ଗଣନା ହେବ ବୋଲି ବନ ବିଭାଗର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Related Posts