ଭୁବନେଶ୍ଵର (ସତ୍ୟପାଠ ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ରେଜଲ୍ଟ । ମାଟ୍ରିକ୍ ସପ୍ଲିମେଣ୍ଟାରୀରେ ୪୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ୧୩୧୦ ଛାତ୍ରଛାତ୍ରୀ ଫର୍ମ ଫିଲ୍ଅପ୍ କରିଥିଲେ। ସେଥିମଧ୍ୟରୁ ୩୬୦ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିଲେ ।
ସେପଟେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ୮୯୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ପାଇଁ ଫର୍ମ ଫିଲ୍ଅପ୍ କରିଥିଲେ । ୫୨୫ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ । ୪୯ ଛାତ୍ରଛାତ୍ରୀ କପି କରି ଧରାପଡିଥିଲେ । ତେବେ ବୋର୍ଡ ୱେବସାଇଟରେ ଉଭୟ ରେଜଲ୍ଟ ଉପଲବ୍ଧ । ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ରେଜଲ୍ଟ ଜାଣିପାରେବ ।
ତେବେ ଜୁଲାଇ ୩ ତାରିଖରେ ମାଟ୍ରିକ ସପ୍ଲିମେଣ୍ଟାରୀ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୧ଟାରେ ସରିଥିଲା। ଦ୍ୱିତୀୟ ସିଟିଂରେ ଷ୍ଟେଟ୍ ଓପନ ସ୍କୁଲ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ ବୋଲି ସୂଚନା ଦିଆଯାଇଥିଲା।





