ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ପ୍ରଭାବରେ ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଉତ୍ତର-ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି ।ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆଜି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅନ୍ୟପଟେ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Related Posts