ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
ଆଜି ସକାଳ ସାଢ଼େ ଆଠରୁ ଶନିବାର ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୨୩ ରୁ ପୁଣି ରାଜ୍ୟରେ ବଢିବ ବର୍ଷା । ଆସନ୍ତା ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ସେହିପରି ଖୋର୍ଦ୍ଧାରେ ସର୍ବାଧିକ ୮୮ ମିମି, ହୀରାକୁଦରେ ୮୭.୮ ମିମି, ନବରଙ୍ଗପୁରରେ ୮୧ ମିମି ରେକର୍ଡ ବର୍ଷା ହୋଇଥିବା ବେଳେ, ପୁରୀରେ ୬୯.୬ ମିମି, ଭୁବନେଶ୍ୱରରେ ୬୩.୮ ମିମି, ଟିଟିଲାଗଡ଼ରେ ୬୦.୮ ମିମ, ଦାରିଙ୍ଗିବାଡ଼ି ୬୦ ମିମିି, ଫୁଲବାଣୀରେ ୫୪.୨ ମିମି ବର୍ଷା ରେକର୍ଡ ହୋଇଛି ।





