ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଜି ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ନିଯୁକ୍ତ କରିଛନ୍ତି | ଶାନ୍ତିନିକେତନରେ ଥିବା ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରଫେସର ସାବିତ୍ରୀ ପ୍ରଧାନଙ୍କୁ ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ କରାଯାଇଛି | ସେ ଦୁଇ ବର୍ଷ ଯାଏଁ ଏହି ପଦବୀରେ ରହିବେ |
ସୂଚନାଯୋଗ୍ୟ ଯେ, ଚଳିତବର୍ଷଠାରୁ ପୁରୀ ଜିଲ୍ଲା ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି । ନାମଲେଖା ସହ ଶିକ୍ଷାଦାନ ଆରମ୍ଭ ହୋଇଛି । ତେବେ ଓଡ଼ିଆ ବିଶ୍ୱବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ବବିଦ୍ୟାଳୟର ଅଫିସ୍ ଓ ଶିକ୍ଷାଦାନ ଚାଲିଛି |





