ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି (୨୩ ତାରିଖ) ବୁଧବାର ଶ୍ରାବଣ-ଶୁକ ସପ୍ତମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୧୦ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ଦେଢ଼ ମାସ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବା ପରେ ଗତ ୯ ତାରିଖରେ ପ୍ରାୟ ଦେଢ଼ ମାସ ପରେ ବନକଲାଗି ହୋଇଥିଲା। ଏହି ବିବାଦ ଯୋଗୁ ଚଳିତ ବର୍ଷ ନୀଳାଦ୍ରି ବିଜେଠାରୁ ବନକଲାଗି ହୋଇ ନଥିଲା। ଶ୍ରୀମନ୍ଦିର ପ୍ରଶାସନ ନେଇଥିବା ନିଷ୍ପତ୍ତିକ୍ରମେ ବୁଧବାର ହିଁ ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିଥିଲେ। ବନକଲାଗି ପାଇଁ ଅପରାହ୍ଣ ପ୍ରାୟ ୫ଟା ୨୦ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ରାତି ପ୍ରାୟ ୧୦ଟାରେ ବନକଲାଗି ଶେଷ ପରେ ଦର୍ଶନ ସ୍ବାଭାବିକ ହୋଇଥିଲା।

Related Posts