ମହିଳା ପୋଲିସ SIଙ୍କ ଆତ୍ମହତ୍ୟା ଉଦ୍ୟମ, ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର

ଭୁବନେଶ୍ଵର (ସତ୍ୟପାଠ ବ୍ୟୁରୋ): ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ। ବଲାଙ୍ଗୀର ସଇଁନ୍ତଳା ଥାନା ଏସଆଇ କାଜଲ ବାଗ ବୁଧବାର ବିଳମ୍ଵିତ ରାତିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସଇଁନ୍ତଳା ଓ ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ କାଜଲ ବାଗ ସଇଁତଳା ସ୍ଥିତ ଭଡ଼ାଘରେ ବିଷ ପିଇଛନ୍ତି। ପୂର୍ବରୁ ସେ ବଲାଙ୍ଗିର ଟାଉନ ଥାନାରେ କାମ କରୁଥିବା ବେଳେ କିଛିଦିନ ହେବ ସଇଁତଳା ଥାନାରେ ଅବସ୍ଥାପିତ ଥିଲେ। ଏଭଳି ନିଷ୍ପତ୍ତି ସେ କଣ ପାଇଁ ନେଲେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପୁଲିସ ଘଟଣାର ତଦନ୍ତ କରି ସତ୍ୟାସତ୍ୟ ପଦାକୁ ଆଣିବାକୁ ଦାବି ହୋଇଛି।

Related Posts