ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଜାଗା ମିଶନ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି। ରାଜ୍ୟର ୫ଟି ମହାନଗର ନିଗମର ୬୫ ହଜାର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ମିଳିବ। ଭୁବନେଶ୍ୱର, ବ୍ରହ୍ମପୁର, କଟକ, ସମ୍ବଲପୁର ଓ ରାଉରକେଲା ଆଦି ୫ ମହାନଗର ନିଗମର ୮୭୫ ବସ୍ତିର ଲୋକଙ୍କୁ ଲ୍ୟାଣ୍ଡ ରାଇଟ୍ ସାର୍ଟିଫିକେଟ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭୂମିହୀନଙ୍କୁ ପଟ୍ଟା ଦିଆଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାଗା ମିଶନ ଜରିଆରେ ଲ୍ୟାଣ୍ଡ ରାଇଟ ସାର୍ଟିଫିକେଟ ପାଇବା ପରେ ଗରିବ ଲୋକ ମଧ୍ୟ ସ୍ୱାଭିମାନରେ ବଞ୍ଚି ପାରିବେ କହିଛନ୍ତି ନବୀନ ପଟ୍ଟନାୟକ। ୨୦୧୮ ମସିହାରେ ଆରମ୍ଭ ହୋଇଥିବା ଜାଗା ମିଶନ ଯୋଜନାରେ ଏବେ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ ହଜାର ପରିବାର ନୂଆ ପରିଚୟ ପାଇଛନ୍ତି। ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା କେବଳ ଓଡ଼ିଶା ନୁହେଁ, ବରଂ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।





